odisha24 Live

Latest News

Latest News

ରାଜ୍ୟରେ ହାଲୁକା ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇପଡିଛି । ଯାହା ଫଳରେ ଦୁଇ ଦିନ ହାଲୁକା ଧରଣର ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ୩ ଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାର ବହଳଦାଠାରେ ସର୍ବାଧିକ ୨୭୩ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ୨୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share In Social Media
Scroll to Top