odisha24 Live

Latest News

Latest News

ମାଡ଼ି ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଯୋଗୁ ପ୍ରବଳ ବର୍ଷାର ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ୨୨ ତାରିଖରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ପରିମାଣ ପୁଣି ଥରେ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଉତ୍ତର ଝାଡ଼ଖଣ୍ଡ, ଦକ୍ଷିଣ-ପଶ୍ଚିମ ବିହାର ଓ ଦକ୍ଷିଣ-ପୂର୍ବ ଉତ୍ତରପ୍ରଦେଶ ଉପରେ ରହିଥିବା ଅବପାତ ଦୁର୍ବଳ ହୋଇ ଏବେ ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଛତିଶଗଡ଼ ଓ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଅଗ୍ରସର ହେବ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଡ଼ ଧରଣର ବର୍ଷାର ସମ୍ଭାବନା ନଥିବାରୁ କୌଣସି ଆଲର୍ଟ ଜାରି କରାଯାଇ ନାହିଁ।

Share In Social Media
Scroll to Top