
ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହବ। ରାଜ୍ୟରେ ବନ୍ୟା ନ ଯାଉଣୁ ଲଘୁଚାପ ଛନକା ବଢ଼ାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ସେହିପରି ଆସନ୍ତାକାଲି ମଧ୍ୟ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରୁ କମିବ ବର୍ଷା ପରିମାଣ ।

