
ମେଷ : ଆଜି କର୍ମ କ୍ଷେତ୍ରରେ, ପରିବାରରେ,ମିତ୍ର ବନ୍ଧୁରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ। ଶୁକ୍ରଙ୍କ ନୀଚ୍ଚତ୍ୱ କାରଣରୁ ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲଯିବେ।
ବୃଷ : ଅନ୍ୟମାନଙ୍କ କାନକୁ ମିଠା ଲାଗିଲା ଭଳି କଥା କହି କାମ ହାସଲ କରିବେ। ବିଳମ୍ବରେ ହାତକୁ ନେଇଥିବା କାମ ସମ୍ପନ୍ନ ହେବ। ଫେରନ୍ତା ବାଟରେ ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ,କିନ୍ତୁ ପ୍ରକାଶ୍ୟରେ କିଛି କହି ପାରିବେ ନାହିଁ। ରବି ନୀଚ୍ଚତ୍ୱ ଯୋଗୁ ବ୍ୟବସାୟ,ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ : ଆନୁଷ୍ଠାନିକ କାମରେ ସାମାନ୍ୟ ଭୁଲରୁ କାମ ବିଶୃଙ୍ଖଳିତ ହେବ। ପାରିବାରିକ କ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି, ଯାହାକି ସମସ୍ୟା ସୃଷ୍ଟି କରବ। ପୁନର୍ବସୁ ନକ୍ଷତ୍ର ଅର୍ଥ ସମ୍ବନ୍ଧିତ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହେବେ। ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
କର୍କଟ : ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ଯାତ୍ରା ସମୟରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ। ଅଶ୍ଳେଷା ନକ୍ଷତ୍ର ନିଜ ଘର ପାଖରେ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। କୈାଣସି ସମସ୍ୟାରେ ମନ ଭାରାକ୍ରାନ୍ତ ରହିଥିବାରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ।
ସି˚ହ : ଆନୁସଙ୍ଗତ୍କ ସାହାଯ୍ୟ ଓ ସହଯୋଗର ଅଭାବ ମାନସିକ ସ୍ଥିରତାକୁ କ୍ଷୁର୍ଣ୍ଣ କରିବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଦୁଃଶ୍ଚିନ୍ତାର କାରଣ ହୋଇପାରେ। ପୂର୍ବା ଫାଲଗୁନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ସକାଳ ସମୟରେ ବ୍ୟବସାୟିକ କାରବାର,ବନ୍ଧୁଙ୍କ ସହ ଆଲୋଚନା ହେତୁ ଶୁଭଫଳ ପାଇପାରନ୍ତି।
କନ୍ୟା : ଅଭାବନୀୟ ପରିସ୍ଥିତିକୁ ହୃଦୟଙ୍ଗମ କରି ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବିଶେଷ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କାଠିକର ପାଠ ହେବ। ଚିତ୍ରା ନକ୍ଷତ୍ରର ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ସଭାସମିତିରେ ରୋକ୍ଠୋକ୍ କଥା ଓ କାର୍ଯ୍ୟକଳାପ ସକାଶେ ସମାଲୋଚିତ ହୋଇପାରନ୍ତି।
ତୁଳା : କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ସ୍ବାତୀ ନକ୍ଷତ୍ର ଅଫିସ୍ କାମରେ ବ୍ୟସ୍ତ ରହି କୈାଣସି ଗୁରୁତ୍ୱପୂର୍ଣ୍ଣ କଥାଟି ଭୁଲିଯାଇପାରନ୍ତି । ସ୍ବାସ୍ଥ୍ୟ ସମସ୍ୟାରେ ପ୍ରପୀଡିତ କୈାଣସି ବନ୍ଧୁଙ୍କ ଦର୍ଶନ ପାଇଁ ମନ ଛଟପଟ ହେବ। ପ୍ରକାଶନ, ଗବେଷଣା, ଚୁକ୍ତିପତ୍ର ତଥା ଲେଖାପଢାରୁ ଶୁଭଫଳ ପାଇବେ ା
ବିଛା : ବିଭିନ୍ନ ଅପ୍ରକାଶ୍ୟ ଘଟଣାକୁ କେନ୍ଦ୍ରକରି ଅଧିକାଂଶ ସମୟ ମନ ବିଚଳିତ ରହିବ। ଅନ୍ୟ ମାନଙ୍କ ମିଥ୍ୟାଳାପ କାରଣରୁ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଅଯଥା ରାଗି ଅନ୍ୟମାନଙ୍କ ସହ ସମ୍ପର୍କ ଖରାପ କରନ୍ତୁ ନାହିଁ। ଜ୍ୟେଷ୍ଠା ନକ୍ଷତ୍ରର ଅସାବଧାନତା ଜନିତ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ।
ଧନୁ : ଆକସ୍ମିକ ସୃଷ୍ଟି ହୋଇଥିବା ପରିସ୍ଥିତି ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବାକୁ ବାଧ୍ୟ କରିବ। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ବାଣିଜ୍ୟ ଓ ପରିବହନରେ ସମସ୍ୟା ସମାଧାନ ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଉତରାଷାଢା ନକ୍ଷତ୍ର ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ମକର : କାମର ଚାପ ବୃଦ୍ଧି ଫଳରେ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଶ୍ରବଣା ନକ୍ଷତ୍ର ବାଣିଜ୍ୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ସଫଳତା ହାସଲ କରିବେ। ସଂଗଠନ, ସଭାସମିତି, ଆନୁଷ୍ଠାନିକ କାମ ତଥା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ଏଣୁ ସତର୍କ ରହିବା ଭଲ ହେବ।
କୁମ୍ଭ : ସ୍ବାସ୍ଥ୍ୟ ଠିକ୍ ରହିଲେ ମଧ୍ୟ ସମସ୍ୟା ଜନିତ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଇଛା ନଥିଲେ ମଧ୍ୟ ବ୍ୟର୍ଥ ଭ୍ରମଣ ଓ ଅଯଥା ଖର୍ଚ୍ଚାନ୍ତ ଦୁଃଶ୍ଚିନ୍ତାର କାରଣ ହେବ। ଶତଭିଷା ନକ୍ଷତ୍ର ପରିବାରରେ ଭୁଲ୍ ବୁଝାମଣାକୁ ଦୂରେଇ ନେଲେ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ସନ୍ଦେହ ସୃୃଷ୍ଟି କରିପାରେ ।
ମୀନ : ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଲଭିବେ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପ୍ରିୟ ବନ୍ଧୁଟି ସହ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।




