odisha24 Live

Latest News

Latest News

 ଆଜି ଓଡ଼ିଶା ବନ୍ଦ, ଆଲର୍ଟରେ ପ୍ରଶାସନ 

ଭୁବନେଶ୍ୱର: ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଆଜି ସାରା ଓଡ଼ିଶାରେ ବନ୍ଦ ପାଳନ କରାଯାଉଛି। ଛଅ ଦଫା ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ବିଭିନ୍ନ ଦାବିକୁ ନେଇ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ରାଜ୍ୟବ୍ୟାପୀ ସାଧାରଣ ଧର୍ମଘଟ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ବନ୍ଦ ଡାକରାକୁ ବିଜେଡି, କଂଗ୍ରେସ ଏବଂ ବାମପନ୍ଥୀ ଦଳ ଭଳି ପ୍ରମୁଖ ବିରୋଧୀ ଦଳଗୁଡ଼ିକ ସମର୍ଥନ ଜଣାଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ଆବଶ୍ୟକୀୟ ପ୍ରତିଷେଧକ ଏବଂ ସୁରକ୍ଷାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ରାସ୍ତାରୋକ, ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ, ଟାୟାର ଜାଳିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ର ଓ ରାଜ୍ୟ ସରକାରୀ କାର୍ଯ୍ୟାଳୟଗୁଡ଼ିକ ଯେପରି ସ୍ୱାଭାବିକ ଭାବେ ଚାଲିପାରିବ, ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି । ଜରୁରୀକାଳୀନ ସେବାଗୁଡ଼ିକ ଯେପରି ପ୍ରଭାବିତ ନହୁଏ, ସେଥିପାଇଁ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

Share In Social Media
Scroll to Top