odisha24 Live

Latest News

Latest News

ଏମ୍ସରେ ବାଚସ୍ପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱରରେ ଚିକିତ୍ସାଧୀନ ବିଧାନସଭା ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ‘ଏକ୍ସ’ରେ ଏକ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି: “ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିବା ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲି।

ତାଙ୍କର ଶୀଘ୍ର ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା ନେଇ ମୁଁ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।”ତେବେ ବାଚସ୍ପତି ପାଢ଼ୀ ହଠାତ୍ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେବା ପରେ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ସେଠାରେ ପହଞ୍ଚି ଚିକିତ୍ସା କରୁଥିବା ଡାକ୍ତରଙ୍କଠାରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଏବଂ ତାଙ୍କର ଶୀଘ୍ର ଓ ସମ୍ପୂର୍ଣ୍ଣ ଆରୋଗ୍ୟ କାମନା କରିଥିଲେ।ସୂଚନାଯୋଗ୍ୟ, ଓଡ଼ିଶା ବିଧାନସଭାର ଚାଲିଥିବା ମୌସୁମୀ ଅଧିବେଶନ ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି।

Share In Social Media
Scroll to Top