odisha24 Live

Latest News

Latest News

ବିଜୟା ଦଶମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାର ରାଜ୍ୟପାଳ ବ୍ରଜ ମୋହନ ରାମ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୟାଦଶମୀ ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ରାଜ୍ୟବାସୀଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ‘ଏକ୍ସ’ ରେ ଏକ ପୋଷ୍ଟ ମାଧ୍ୟମରେ ରାଜ୍ୟପାଳ ରାଜ୍ୟବାସୀଙ୍କୁ ଏହି ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, ପବିତ୍ର ବିଜୟା ଦଶମୀ ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ଜଗତଜନନୀ ମା’ ଦୁର୍ଗାଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ।

ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ପବିତ୍ର ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ସେ ଏହି ପର୍ବର ମହତ୍ତ୍ୱ ଉପରେ ଆଲୋକପାତ କରି କହିଛନ୍ତି ଯେ, ଅସତ୍ୟ ଉପରେ ସତ୍ୟ, ଅଧର୍ମ ଉପରେ ଧର୍ମ ଏବଂ ଅନ୍ୟାୟ ଉପରେ ନ୍ୟାୟର ଜୟ ହେଉ। ପବିତ୍ର ଦୁର୍ଗାପୂଜା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

Share In Social Media
Scroll to Top